Odisha Link
Bridging the Missing Links in Odisha

ଅକ୍ଟୋବର ୧୨କୁ ଘଞ୍ଚିଲା ବର୍ଷାଙ୍କ ଶୁଣାଣି

କଟକ: ଆକ୍ଟୋବର ୧୨ରେ ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଶୁଣାଣି ଲାଗି ତାରିଖ ଧାର୍ଯ୍ୟ କରାଯାଇଛି। ପ୍ରୋଟେକ୍ସନ ଅଫିସର ରିପୋର୍ଟ ଦାଖଲ କରିନଥିବାରୁ ଶୁଣାଣିକୁ ଘୁଞ୍ଚାଯାଇଛି। ରିପୋର୍ଟ ଦାଖଲ ହୋଇନଥିବା ସମ୍ପର୍କରେ ବର୍ଷାଙ୍କ ଓକିଲ କହିଛନ୍ତି ।  ପ୍ରୋଟେକ୍ସନ ଅଫିସର ବର୍ଷାଙ୍କ ବୟାନ ରେକର୍ଡ କରିନଥିବା ଓକିଲ କହିଛନ୍ତି ।

ସୂଚନାଅନୁସାରେ, ବହୁ ଚର୍ଚ୍ଚିତ ଓଡ଼ିଆ ଚଳଚ୍ଚିତ୍ର ଜଗତର ହିଟ୍‌ ଯୋଡ଼ି ବର୍ଷା ଅନୁଭବଙ୍କୁ ସଂପର୍କରେ ଫାଟ। ଅଭିଯୋଗ ଆଣିଲେ ଓଲିଉଡ଼ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କେନ୍ଦ୍ରପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ବିରୁଦ୍ଧରେ ଏସ୍‌ଡିଜେଏମ୍ କଟକ ସଦର ଅଦାଲତରେ ଅଭିଯୋଗ କରିଥିଲେ।

ଅଭିଯୋଗ ମୁତାବକ ନିଜର ଭରଣପୋଷଣକୁ ନେଇ ବର୍ଷା ସିଆରଏଲଏମସି ନମ୍ବର ୯୪/୨୦୨୦ରେ ପ୍ରୋଟେକ୍ସନ ଅଫ ୱମେନ ଫ୍ରମ ଡୋମେଷ୍ଟିକ ଭାଓଲେନ୍ସ ଆକ୍ଟ ୨୦୦୫ର ଦଫା ୧୨, ୧୭, ୧୮, ୧୯, ୨୦ ଓ ୨୨ରେ ମକଦ୍ଧମା ଦାୟର କରିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ତାଙ୍କ ଉପସ୍ଥିତିରେ ଅନୁଭବ ନିଜର ମଦ୍ୟପ ବନ୍ଧୁମାନଙ୍କ ସହ ମିଶି ନିଜ ବେଡ଼ ରୁମରେ ମଦ୍ୟପାନ କରନ୍ତି ଏବଂ ବର୍ଷାଙ୍କୁ ମାନସିକ ଓ ଶାରୀରିକ ନିର୍ଯ୍ୟାତନା ବି ଦିଅନ୍ତି। ଏହାର ବିରୋଧ କରିବାରୁ ଅନୁଭବ ବର୍ଷାଙ୍କୁ ଧକ୍କା ମାରି ନିଜ ଘରୁ ବାହାର କରି ଦିଅନ୍ତି ବୋଲି ଖବର ପ୍ରକାଶ ପାଇଛି ।

ଖାଲି ସେତିକିନୁହେଁ, ସିନେମା ଜଗତର ଅନ୍ୟ ଝିଅମାନଙ୍କ ସହ ଅନୁଭବଙ୍କର ସମ୍ପର୍କ ରହିଛି। ନିଜ ଅଭିଯୋଗ ପତ୍ରରେ ବର୍ଷା ଅନୁଭବଙ୍କ ନିକଟରୁ ଘରଭଡ଼ା ବାବଦରେ ୨୦ ହଜାର ଟଙ୍କା, ମାସିକ ଭରଣପୋଷଣ ନିମନ୍ତେ ୫୦ ହଜାର ଟଙ୍କା, କ୍ଷତିପୂରଣ ବାବଦକୁ ୧୩ କୋଟି ଟଙ୍କା ଏବଂ ଚିକିତ୍ସା ଓ ରୋଜଗାର ହରାଇଥିବାରୁ ୨ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି। ମକଦ୍ଦମାଟି ମାନ୍ୟବର ଅଦାଲତ ପ୍ରୋଟେକ୍ସନ ଅଫିସରଙ୍କ ନିକଟକୁ ପଠାଇଥିବା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

Comments are closed.