Odisha Link
Bridging the Missing Links in Odisha

ନରେନ୍ଦ୍ର ସ୍ବାଇଁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ବାଇଁ। ଚିକିତ୍ସାଧୀନ ଅବସ୍ଥାରେ ୮୨ ବର୍ଷ ବୟସରେ ନରେନ୍ଦ୍ର ସ୍ବାଇଁଙ୍କ ପରଲୋକ ହୋଇଛି। ବାର୍ଦ୍ଧ୍ୟକ ଜନିତ ଅସୁସ୍ଥତା କାରଣରୁ ସେ ଚିକିତ୍ସିତ ହେଉଥିଲେ। ତାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି କହିଛନ୍ତି ଯେ, ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜଣେ ଦକ୍ଷ ସଂଗଠକ ସହ ଲୋକଙ୍କ କଲ୍ୟାଣ ପାଇଁ ସେ କରିଯାଇଥିବା କାର୍ଯ୍ୟ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ବରିଷ୍ଠ ରାଜନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ ଓ ଦୁଃଖିତ । ଦୀର୍ଘ ଦିନ ଧରି ସେ ସାମାଜିକ ଓ ରାଜନୈତିକ ଜୀବନ ସହ ଜଡ଼ିତ ଥିଲେ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି।

Comments are closed.