ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଶୋକ

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ବରିଷ୍ଠ ରାଜନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ ଓ ଦୁଃଖିତ। ଦୀର୍ଘ ଦିନ ଧରି ସେ ସାମାଜିକ ଓ ରାଜନୈତିକ ଜୀବନ ସହ ଜଡ଼ିତ ଥିଲେ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆଞଗାର ସଦଗତି କାମନା କରୁଛି।