କରୋନା: ରାଜ୍ୟରେ ଆଉ ୧୩ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
୧୩ ମୃତକଙ୍କ ମଧ୍ୟରୁ ପୁରୀରୁ ୩ ଜଣ, ଗଞ୍ଜାମ, ମୟୂରଭଞ୍ଜ, ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ । ଖୋର୍ଦ୍ଧା , କଟକ, କନ୍ଧମାଳ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୩୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୧୩୬୨ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୯୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।