Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୧୩ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

୧୧ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ପୁରୀରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୯୧୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩୧୮୨ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୨୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ୫୯୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟ ରୋଗରେ ମୃତ୍ୟୁ ହୋଇଛି।

Comments are closed.