Odisha Link
Bridging the Missing Links in Odisha

କାଲିଠାରୁ ୫ ଦିନ ବର୍ଷିବ, ୨୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୩ ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତାକାଲି ଠାରୁ ୫ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ବଜ୍ରପାତ ହେବା ସହ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Comments are closed.