କରୋନା: ଆଜିଠାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସଟଡାଉନ ହେଲା ବିନିକା

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇଛି। ଏଥିପାଇଁ ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବିନିକା ସହରକୁ ଆଜିଠାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସଟଡାଉନ୍ ଘୋଷଣା କରାଯାଇଛି। ସଟଡାଉନ୍ ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିଷ୍ପତି ନିଆଯାଇଛି।
ପ୍ରକାଶ ଯେ, ସୁବର୍ଣ୍ଣପୁର ଜିଲାରେ କରୋନା ପଜିଟିଉଙ୍କ ସଂଖ୍ୟା ୧୪୮୯ରେ ପହଞ୍ଚି ସାରିଥିବା ବେଳେ ଆକ୍ଟିଭ କେସ ୭୬୦ ରହିଛି। ୭୨୬ କରୋନା ସଂକ୍ରମିତ ସୁସ୍ଥ ହୋଇ ଫେରିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି।