Odisha Link
Bridging the Missing Links in Odisha

ବ‌‌ଡ଼ ଖବର: ରାଜ୍ୟରେ ୬୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୨୩୨୩୬୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Comments are closed.