ଦେଶରେ କରୋନା: ୨୪ ଘଣ୍ଟାରେ ୯୨୦୭୧ ଆକ୍ରାନ୍ତ, ୧୧୩୬ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ହାର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୨୦୭୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୪୬ ହଜାର୪୨୮ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୧୩୬ ଜଣ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଲକ୍ଷ ୪୬ ହଜାର୪୨୮ ରେ ପହଞ୍ଚିଥିବା ବେଳେ ୯ ଲକ୍ଷ ୮୬ ହଜାର ୫୯୮ ଜଣ ସକ୍ରିୟ ରୋଗୀ ରହିଛନ୍ତି। ୩୭ ଲକ୍ଷ ୮୦ ହଜାର୧୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୯ ହଜାର ୭୨୨ କୁ ବୃଦ୍ଧି ପାଇଛି।