ଢେଙ୍କାନାଳ ବିଧାୟକଙ୍କୁ କରୋନା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିଚାଲିଛି କରୋନା। ପୁଣି ଜଣେ ରାଜନେତା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ହେଉଛନ୍ତି ଢେଙ୍କାନାଳ ବିଧାୟକ ସୁଧୀର ସାମଲ। ସେ କରୋନା ପଜିଟିଭ ଥିବା ନେଇ ଖୋଦ ସୁଧୀର ସାମଲ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ସୁଧୀର ସାମଲ ପରାମର୍ଶ ଦେଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ମହାମାରୀ ଏବେ କିଛି ଶୁଣୁନାହିଁ। ଏବେ ଦିନକୁ ଶହ ଶହ ସଂଖ୍ୟାରେ ସଂକ୍ରମିତ ବାହାରୁଛନ୍ତି। ରାଜ୍ୟରେ ପରିସ୍ଥିତି ଏପରି ହେଲାଣି ଯେ, ସଂକ୍ରମଣ ଦିନ କେଇଟାରେ ସବୁ ଅଙ୍କକୁ ଓଲଟପାଲଟ କରିଦେଇଛି। ପୂର୍ବରୁ ଜଣେ ଆକ୍ରାନ୍ତ ବାହାରିଲେ ତା’ର ଠିକଣା ଖୋଜି ଲୋକେ ତୁଣ୍ଡରେ ଘୋଷି ଦେଉଥିଲେ। ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଆଉ ଗଣି ହେଉନାହିଁ। ସବୁଠାରୁ ବଡ଼ କଥା ହେଲା ଏବେ ସବୁ ବର୍ଗର ଲୋକେ ସଂକ୍ରମିତ ହୋଇସାରିଲେଣି। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ, ଏମିତିକି ଡାକ୍ତର, ପୁଲିସ, ଯବାନଙ୍କୁ ମଧ୍ୟ କରୋନା ଛାଡ଼ି ନାହିଁ।
Comments are closed.