Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୩୫୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୩୫୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୫୯୧ରେ ପହଞ୍ଚିଛି । ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧୩ ଜଣ ରହିଥିବା ବେଳେ ୨୩୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୪୭୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଭୁବନେଶ୍ବରରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୬୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୯୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୬୪ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.