Odisha Link
Bridging the Missing Links in Odisha

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ଏବଂ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ। କରୋନା ମହାମାରୀ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ କରାଯାଇଛି। ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷାରେ ୨୨ ହଜାର ୬୪୯ ଜଣ ଛାତ୍ରଛାତ୍ରୀ ଏବଂ ୧୨ ହଜାର ୯୩୯ ଜଣ ଛାତ୍ରଛାତ୍ରୀ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ଏନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଏବଂ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପରୀକ୍ଷା ୨୪ ତାରିଖ ଯାଏଁ ଚାଲିବ। ମାଟ୍ରିକ ସପ୍ଲିମେଣ୍ଟାରୀ ପାଇଁ ୧୫୩ଟି ପରୀକ୍ଷା କେନ୍ଦ୍ର ଓ ୧୩ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବା ବେଳେ ମୁକ୍ତ ବିଦ୍ୟାଳୟ ସପ୍ଲିମେଣ୍ଟାରୀ ପାଇଁ ୮୮ଟି ପରୀକ୍ଷା କେନ୍ଦ୍ର ଓ ୭ଟି ମୂଲ୍ୟାୟନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି।

ଚଳିତ ବର୍ଷ ୧୦୦ ନମ୍ବର ପରିବର୍ତ୍ତେ ୮୦ ନମ୍ବରର ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ୫୦ ନମ୍ବରର ସଂଷିପ୍ତ ଉତ୍ତର ପାଇଁ ପିଲା ଓଏମ୍‌ଆର ସିଟ୍ ପୂରଣ କରିବେ। ପରୀକ୍ଷା ସମୟରେ କୋଭିଡ୍ ଗାଇଡ୍ ଲାଇନ୍ ପାଳନ ଉପରେ ଗୁରୁତ୍ୱ ଦିଆଯାଇଛି।

Comments are closed.