Odisha Link
Bridging the Missing Links in Odisha

ଭାରତରେ ଦୁଗ୍ଧ ଓ ଅଣ୍ଡା ଉତ୍ପାଦନ ୬% ବୃଦ୍ଧି ପାଇଛି, ସୋଆରେ ଅନୁଷ୍ଠିତ ଜାତୀୟ ସମ୍ମିଳନୀରେ ତଥ୍ୟ ରଖିଲେ ବିଶେଷଜ୍ଞ

ଭୁବନେଶ୍ବର: ଅର୍ଥନୀତି ଉପରେ କୋଭିଡ-୧୯ ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି ବୋଲି କହିଛନ୍ତି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍‌)ର ମହା ନିର୍ଦ୍ଦେଶକ ଓ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ଡ. ତ୍ରିଲୋଚନ ମହାପାତ୍ର। ଏହି ମହାମାରୀ ନିଜ କାର୍ଯ୍ୟରେ ବ୍ୟସ୍ତ ରହୁଥିବା କୃଷକମାନଙ୍କ କାର୍ଯ୍ୟକୁ ବନ୍ଦ କରିପାରି ନାହିଁ କିମ୍ବା ସେମାନଙ୍କର କୃଷି ଉତ୍ପାଦନ କାର୍ଯ୍ୟରେ କୌଣସି ପ୍ରଭାବ ପକାଇ଼ ପାରି ନାହିଁ ବୋଲି ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍‌ ସାଇନ୍‌ସେସ୍ ପକ୍ଷରୁ ଆୟୋଜିତ ୩ ଦିନିଆ ଇ-ଜାତୀୟ ସମ୍ମିଳନୀର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ଡ. ମହାପାତ୍ର ଏହି ସୂଚନା ଦେଇଛନ୍ତି।

କୃଷି କ୍ଷେତ୍ରରେ ବିଭିଧତା ଏକ ସଫଳ କୃଷି ଅର୍ଥନୀତିର ମାନଦଣ୍ଡ ବୋଲି କହିବା ସହ କୃଷି କ୍ଷେତ୍ରରେ ଉତ୍ପାଦନକୁ ବୃଦ୍ଧି କରିବା ପାଇଁ ନୂତନ ବୈଜ୍ଞାନିକ ଜ୍ଞାନ କୌଶଳର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ସମ୍ମିଳନୀର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ପ୍ରମୁଖ ପରାମର୍ଶଦାତା ତଥା ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ପୂର୍ବତନ କୁଳପତି ପ୍ରଫେସର ଡି.ପି. ରାୟ, ସୋଆର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ଆଇଏଏସ୍‌ର ଡିନ୍ (ପିଜି) ପ୍ରଫେସର ପ୍ରେମାନନ୍ଦ ମହାପାତ୍ର, ଡିନ୍ ପ୍ରଫେସର ବିଜୟ କୁମାର ସାହୁ ପ୍ରମୁଖ ନିଜର ବକ୍ତବ୍ୟ ରଖିଥିଲେ।

ଏହି ଉଦ୍‌ଘାଟନୀ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ ପ୍ରଫେସର ବିବୁଧ ପରାସର। ଆଇଏଏସ୍‌ର ପ୍ୟାକଲ୍ଟି ସୁଚିସ୍ମିତା ମହାପାତ୍ର ଏବଂ ଭୁବନାନନ୍ଦ ଅଧିକାରୀ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଉପରେ ଆୟୋଜିତ ଦୁଇଟି କର୍ମଶାଳା ପରିଚାଳନା କରିଥିଲେ। ସୋଆର ଛାତ୍ରମଙ୍ଗଳ ଡିନ୍ ଡ. ଜ୍ୟୋତି ରଞ୍ଜନ ଦାସ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଦେଶର ବିଭିନ୍ନ ପ୍ରାନ୍ତରୁ ପ୍ରାୟ ୨୦୦ରୁ ଅଧିକ ପ୍ରତିନିଧି ଏହି ଇ- କର୍ମଶାଳାରେ ଯୋଗ ଦେଇଥିଲେ ।

Comments are closed.