କରୋନା: ରାଜ୍ୟରେ ଆଉ ୧୧ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ଜଣ କରୋନାରେ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୬ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
୧୧ ମୃତକଙ୍କ ମଧ୍ୟରେ ପୁରୀ ଓ ସମ୍ବଲପୁରରୁ ୩ ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳ ଖୋର୍ଦ୍ଧାରୁ ୨ ଜଣ, ମୟୂରଭଞ୍ଜ, କଳାହାଣ୍ଡି, ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୨୯୨ ରେ ପହଞ୍ଚିଛି। ଏଥିମଧ୍ୟରୁ ୩୬୪୭୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୭୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।