ଦେଶରେ କରୋନା: ୫୦ ଲକ୍ଷ ଟପିଲା ଆକ୍ରାନ୍ତ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ହାର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦେଶରେ ୫୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା। ବର୍ତ୍ତମାନ ଦେଶରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦,୩୬୦କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୦ ହଜାର ୧୨୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨,୦୬୬ରେ ପହଞ୍ଚିଲାଣି। ଗତ ୨୪ ଘଣ୍ଟାରେ ଦେଶରେ ୧୨୯୦ ଜଣ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ମୋଟ ଆକ୍ଟିଭ୍ କେସ୍ ୯ ଲକ୍ଷ ୯୫ ହଜାର ୯୩୩ ଥିବା ବେଳେ ୩୯, ୪୨,୩୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।