Odisha Link
Bridging the Missing Links in Odisha

ବର୍ଷା ଆଶଙ୍କା ନେଇ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ଏସଆରସି

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ। ୧୯ ତାରିଖରୁ ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ାରେ ବର୍ଷା ହେବ। ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ଯୋଗୁଁ ସମ୍ଭାବ୍ୟ ବର୍ଷାନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି।

ବର୍ଷା ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ଜାଗ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଲଘୁଚାପ କ୍ଷେତ୍ର ଯୋଗୁଁ ଆସନ୍ତା ୨୦ରୁ ୨୩ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ୪୫ରୁ ୫୫ କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଫଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନଯିବାକୁ ପରାମର୍ଶ ଦିଆଯାଇଛି।

Comments are closed.