Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୩୨୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ରେକର୍ଡ ସଂଖ୍ୟକ ୩୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୧ ଜଣ ରହିଥିବା ବେଳେ ହେଉଛନ୍ତି ୨୨୪ ସ୍ଥାନୀୟ ସଂକ୍ରମିତ। ଏଥିସହ ୪୨୦ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୬୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୪୨୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ସେହିପରି ୬୭ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.