Odisha Link
Bridging the Missing Links in Odisha

କରୋନା: ରାଜ୍ୟରେ ଆଉ ୯ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୫୫୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୭୨୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୭୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୬୯୧ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଛି।

Comments are closed.