Odisha Link
Bridging the Missing Links in Odisha

ପ୍ରବଳ ବର୍ଷିବ: ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା କାଲି ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ୭ଟି ଜିଲ୍ଲା ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ନେଇ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲା ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଦେବଗଡ଼ ଓ କଳାହାଣ୍ଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.