Odisha Link
Bridging the Missing Links in Odisha

ସୁପ୍ରିମକୋର୍ଟ ଗଲେ ବର୍ଷା

ଭୁବନେଶ୍ବର: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଦିଲ୍ଲୀରୁ କଟକକୁ ମାମଲା ସ୍ଥାନାନ୍ତର କରିବା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ପଟିଆଲା ହାଉସ୍‌ କୋର୍ଟରେ ଦାଖଲ ହୋଇଥିବା ଛାଡ଼ପତ୍ର ମାମଲାର ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି ବର୍ଷା।

ଛାଡ଼ପତ୍ର ମାମଲା କଟକ ସ୍ଥାନାନ୍ତର କରିବା ପାଇଁ ବର୍ଷା ଆବେଦନ କରିଛନ୍ତି। ଦିଲ୍ଲୀ ଯାଇ ମାମଲା ଲଢିବା ସମ୍ଭବ ନୁହେଁ ବୋଲି ବର୍ଷା ଆବେଦନରେ ଦର୍ଶାଇଛନ୍ତି। ତେଣୁ ପଟିଆଲା ହାଉସକୋର୍ଟରୁ ମାମଲାକୁ କଟକ ଫ୍ୟାମିଲି କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ସେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ପୂର୍ବରୁ ଘରୋଇ ହିଂସା ଓ ନିର୍ଯାତନା ଅଭିଯୋଗ ଆଣି ବର୍ଷା କଟକ ଫ୍ୟାମଲି କୋର୍ଟରେ ମାମଲା ରୁଜୁ କରିଛନ୍ତି। ତେଣୁ ଅନୁଭବଙ୍କ ଆବେଦନକୁ କଟକ ଫ୍ୟାମଲି କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଛନ୍ତି ବର୍ଷା।

ସୂଚନାଯୋଗ୍ୟ, ବିବାହ ବିଚ୍ଛେଦ ପାଇଁ ଦିଲ୍ଲୀ ସ୍ଥିତ ପଟିଆଲା ହାଉସକୋର୍ଟରେ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି ଏକ ପିଟିସନ ଦାଖଲ କରିଛନ୍ତି।

Comments are closed.