Odisha Link
Bridging the Missing Links in Odisha

ବଙ୍ଗୋପସାଗରରେ ଘନୀଭୂତ ହେଲା ଲଘୁଚାପ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାର ୭ ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ସେଗୁଡ଼ିକ ହେଲା ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ।ଲଘୁଚାପ ପ୍ରଭାବରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତେଣୁ ଭୂସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିଯିବା, କଚ୍ଚା ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା ଭଳି ଦୁର୍ବିପାକର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

କେନ୍ଦ୍ର ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେ଼ଙ୍କାନାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସମୁଦ୍ରକୁ ଯିବାକୁ କେନ୍ଦ୍ର ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି ।

କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ପାଗ ମେଘୁଆ ରହିଥିବା ବେଳେ ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢେ଼ଙ୍କାନାଳ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଯାଇଛି । ଆଜି ବର୍ଷାର ପରିମାଣ ବଢ଼ିବ ଓ ପଶ୍ଚିମ ଓଡ଼ିଶାର ଉପରୋକ୍ତ ୭ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ ।

Comments are closed.