Odisha Link
Bridging the Missing Links in Odisha

ନବବଧୂର ସନ୍ଦେହଜନକ ମୃତ୍ୟୁ ଘଟଣା: ଗିରଫ ହେଲେ ସ୍ୱାମୀ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ତମାଣ୍ଡୋରେ ବନ୍ଦନା ଜେନାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ତମାଣ୍ଡ ପୁଲିସ ମୃତ ବନ୍ଦନା ଜେନାଙ୍କ ସ୍ୱାମୀ ଯାମିନୀ ଜେନା ଗିରଫ କରିଛି ।  ବନ୍ଦନାଙ୍କ ବାପାଘର ଲୋକ ହତ୍ୟା ଅଭିଯୋଗ ଆଣିଥିଲେ । ତମାଣ୍ଡୋ ଥାନାରେ ଏତଲା ପରେ ସ୍ୱାମୀ ଯାମିନୀ ଜେନାଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରିଥିଲା । ଆଜି ପୋଲିସ ତାଙ୍କୁ ଗିରଫ କରିଛି ।

ଅଭିଯୋଗ ଅନୁସାରେ ବିବାହର ଏକ ମାସ ପରେ ବନ୍ଦନାଙ୍କୁ ଶ୍ୱଶୁର ଓ ସ୍ୱାମୀ ନିର୍ଯାତନା ଦେବା ଆରମ୍ଭ କରିଥିଲେ । ବିବାହରେ ଯୌତୁକ ଓ ଅନ୍ୟ ବାବଦରେ ୪୦ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲା । ବିବାହ ପରେ ଶାଶୂଘର ଲୋକ ଅଧିକ ଟଙ୍କା ଦାବି କରୁଥିଲେ ବୋଲି ବନ୍ଦନାଙ୍କ ମା’ କହିଛନ୍ତି । ଶ୍ୱଶୁରଙ୍କୁ କରୋନା ହେବାରୁ ମେଡିକାଲରେ ଥିଲେ । ଏହାପରେ ବନ୍ଦନାଙ୍କୁ ବାପଘରେ ରହିବାକୁ ଶାଶୂଘର ଲୋକ କହିଥିଲେ ।

ଶ୍ୱଶୁର ଭଲ ହେବା ପରେ ଗତ ଶୁକ୍ରବାର ଶାଶୁଘରକୁ ଫେରିଥିଲେ ବନ୍ଦନା । ଶନିବାର ସକାଳେ ବନ୍ଦନା ବାପଘର ଲୋକଙ୍କ ସହ କଥା ହେଉଥିଲେ । କିନ୍ତୁ ୧୦ଟା ପରେ ମୋବାଇଲ ସୁଇଚ୍‌ଅଫ୍‌ ହୋଇଯାଇଥିଲା । ତା’ପରେ ବନ୍ଦନା ଚେତାଶୂନ୍ୟ ଅଛି, ତାକୁ ମେଡିକାଲ ନେଇଛୁ ବୋଲି ଶାଶୁଘର ଲୋକ କହିଥିଲେ । ସେଠାରେ ବନ୍ଦନାଙ୍କର ମୃତ୍ୟୁ ହୋଇଥିଲା ।

ମାମଲା ରଫା ଦଫା କରିବାକୁ ଶ୍ୱଶୁର ବନ୍ଦନା ବାପଘର ଲୋକଙ୍କୁ ମେସେଜ୍‌ କରିଥିଲେ । ସମୁଦି ଯାହା ହୋଇଛି, ମୁଁ ମେଡିକାଲରୁ ଫେରିବା ପରେ ସବୁ ଜିନିଷ ଫେରଇଦେବି । ଆଉ ଯାହା ପଇସା ଦେଇଦେବି । କେସ୍‌ କଲେ କିଛି ଲାଭ ନାହିଁ, ଓକିଲ ପଇସା ନେବ । ତୁମର ବି ପଇସା ଖର୍ଚ୍ଚ ହେବ । ମୋ କଥା ମାନି ଥାନାରେ କେସ୍‌ କରନି ।

Comments are closed.