Odisha Link
Bridging the Missing Links in Odisha

ଦେଶରେ କରୋନା: ୨୪ ଘଣ୍ଟାରେ ୭୫୦୮୩ ଆକ୍ରାନ୍ତ, ୧୦୫୩ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ହାର ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୭୫ହଜାର ୦୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତ ସଂଖ୍ୟା ୫୫ଲକ୍ଷ ୬୨ ହଜାର ୬୬୪କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୮,୯୩୫ରେ ପହଞ୍ଚିଲାଣି। ଗତ ୨୪ ଘଣ୍ଟାରେ ଦେଶରେ ୧୦୫୩ ଜଣ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ମୋଟ ଆକ୍ଟିଭ୍‌ କେସ୍‌ ୯ ଲକ୍ଷ ୭୫ହଜାର ୮୬୧ ଥିବା ବେଳେ ୪୪,୯୭,୮୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.