ରାଜ୍ୟରେ ଆଉ ୧୧ କରୋନା ସଂକ୍ରମିତ ମୃତ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।
୧୧ ମୃତକଙ୍କ ମଧ୍ୟରୁ ବଲାଙ୍ଗୀର, ମାଲକାନଗିରି, ବାଲେଶ୍ବରରୁ ୨ ଜଣ ଲେଖାଏଁ ମୃତ୍ୟୁ କରିଥିବା ବେଳେ ଖୋର୍ଦ୍ଧା, ପୁରୀ, କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୮୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୮୧୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।