Odisha Link
Bridging the Missing Links in Odisha

ରାଜ୍ୟରେ କରୋନା: ସୁସ୍ଥ ହେଲେ ଆଉ ୪୩୮୮ ଜଣ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତ ତୁଳନାରେ ସୁସ୍ଥ ହାର ଅଧିକ ରହୁଛି। ରାଜ୍ୟରେ ଆଜି ଆଉ ୪୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୬୫,୪୩୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ୪୯୬, ପୁରୀରୁ ୧୮୩, ନୂଆପଡାରୁ ୧୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Comments are closed.