ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶୀ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତ ମନ୍ତ୍ରୀ ପହ୍ଲାଦ ସିଂହ ପଟେଲଙ୍କୁ ଆଜି ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଅନୁରୋଧ କରିଛନ୍ତି।
ଓଡ଼ିଶୀ ସଙ୍ଗୀତ ୨ ହଜାର ବର୍ଷର ପୁରୁଣା ପରମ୍ପରା ବେଲି ମୁଖ୍ୟମନ୍ତ୍ରୀ ଚିଠିରେ ଦର୍ଶାଇଛନ୍ତି। ସେପ୍ଟେମ୍ବର ୨ରେ ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏନେଇ ନିଷ୍ପତ୍ତି ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ଦର୍ଶାଇଛନ୍ତି। ବହୁ ବର୍ଷ ଧରି ଥିବା ଓଡିଆଙ୍କ ସ୍ୱପ୍ନଙ୍କୁ ସ୍ୱୀକାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି।