Odisha Link
Bridging the Missing Links in Odisha

ଆଜି ବିହାର ବିଧାନସଭା ନିର୍ବାଚନର ତାରିଖ ଘୋଷଣା !

ବିହାର: ଆଜି ଦିନ ସାଢ଼େ ୧୨ଟାରେ ନିର୍ବାଚନ କମିଶନ ପ୍ରେସମିଟ କରିବାର ଯୋଜନା ରହିଛି। ବିହାର ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା ହୋଇପାରେ। ଏହାସହ ବାଲେଶ୍ୱର ସଦର ଓ ତିର୍ତୋଲ ବିଧାନସଭା ଉପନିର୍ବାଚନର ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ। ଆଜି ଦିନ ୧୨ଟା ୩୦ରେ ଦିଲ୍ଲୀରେ ନିର୍ବାଚନ କମିଶନ ସାମ୍ବାଦିକ ସମ୍ମିଳନୀ ଡାରିଛନ୍ତି। ଆଶା କରାଯାଉଛି, ଏଠାରେ ତାରିଖ ଘୋଷଣା ହୋଇପାରେ , ତିର୍ତୋଲରୁ ବିଷ୍ଣୁ ଦାସ ଓ ବାଲେଶ୍ୱର ସଦରରୁ ମଦନମୋହନ ଦତଙ୍କ ପରଲୋକ ଯୋଗୁଁ ଏଠାରେ ଉପନିର୍ବାଚନ ହେଉଛି ।

ନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ଜୋରସୋରରେ ପ୍ରସ୍ତୁତି ଚଳାଇଛନ୍ତି। ଏପରିକି ବାଲେଶ୍ୱର ସଦର ଆସନକୁ ବିଜେପିଠାରୁ ବିଜେଡି ଛଡାଇଆଣିବ ବୋଲି ରଣନୀତି ତିଆରି କରୁଛି। ଏହାରି ଭିତରେ ଆଜି ନିର୍ବାଚନ କମିଶନଙ୍କ ଘୋଷଣା ଉପରେ ସମସ୍ତଙ୍କ ନଜର ରହିଛି। ସେପଟେ ବିହାର ବିଧାନସଭାର ତାରିଖ ବି ଆଜି ଘୋଷଣା ହୋଇପାରେ। ଏଥର ୩ଟି ପର୍ଯ୍ୟାୟରେ ବିହାର ବିଧାନସଭା ନିର୍ବାଚନ ହୋଇପାରେ ଓ ଦୀପାବଳି ପୂର୍ବରୁ ନୂଆ ବିଧାନସଭା ଗଠନ ହୋଇପାରେ।

Comments are closed.