ପୋଲିସ କର୍ମଚାରୀ ପାଇବେ ଆନ୍ତରିକ ସୁରକ୍ଷା ସେବା ପଦକ

ଭୁବନେଶ୍ବର: ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧,୭୦୯ ଜଣ ପୋଲିସ କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ। ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।
ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ପଦକ ବ୍ୟବସ୍ଥା ଆରମ୍ଭ କରାଯାଇଥିଲା। ଏହାସହ ପଦକ ପ୍ରଦାନ ଲାଗି ପୋଲିସ ମହାନିର୍ଦ୍ଦେଶକଙ୍କୁ କ୍ଷମତା ପ୍ରଦାନ କରାଯାଇଥିଲା। ଏନେଇ ଟ୍ବିଟ କରିବା ସହ ପଦକ ପାଇବାକୁ ଥିବା ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଡିଜିପି।
https://twitter.com/DGPOdisha?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1309153333677035523%7Ctwgr%5Eshare_3&ref_url=https%3A%2F%2Fwww.samajalive.in%2Fbbsr-news-56%2F219741.html