Odisha Link
Bridging the Missing Links in Odisha

କରୋନା: ଦେଶରେ ୮୫୩୬୨ ନୂଆ ଅକ୍ରାନ୍ତ; ୧୦୮୯ ଜଣ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିଚାଲିଛି। ଗତ ୨୪ ଘଣ୍ଟାରେ ୮୫ ହଜାର ୩୬୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ଲକ୍ଷ ୦୩ହଜାର ୯୩୨ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୮୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି।

ଏହା ସହିତ ମୋଟ ମୃତ୍ୟୁ ସଂଖ୍ୟା ୯୩ ହଜାର ୩୭୯ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୬୦ ହଜାର ୯୬୯ ଜଣ ସକ୍ରିୟ ରୋଗୀ ଥିବାବେଳେ ୪୮ ଲକ୍ଷ୪୯ ହଜାର ୫୮୪ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.