Odisha Link
Bridging the Missing Links in Odisha

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ। ଏହି ଗୁଳି ବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ତାଙ୍କୁ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଗତକାଲି ସମବୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ଜଣାପଡ଼ିଥିଲା ।ତାପରେ ସେନାଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହାପରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା। ୨ ଆତଙ୍କବାଦୀ ନିହତ ହେବା ସହ ଜଣେ ଯବାନ ଆହତ ହୋଇଛନ୍ତି ।

Comments are closed.