Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୩୬୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୩୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ। ଏଥିସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୮୯୫ରେ ପହଞ୍ଚିଛି। ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୫ ଜଣ ରହିଥିବା ବେଳେ ୨୯୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଗତ ୨୪ ଘଣ୍ଟାରେ ୩୫୬ ଜଣ ଆରୋଗ୍ୟ ଲାଭ କରିଛନ୍ତି।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୮୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୫୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୨୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୯୩ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.