କରୋନା : ଦେଶରେ ୮୦୪୭୨ ନୂଆ ଆକ୍ରାନ୍ତ; ୧୧୭୯ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୦ ହଜାର ୪୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୨ ହଜାର ୭୬୩ ରେ ପହଞ୍ଚିଛି।
ସେହିପରି ଗୋଟିଏ ଦିନରେ ୧,୧୭୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୭ ହଜାର ୪୯୭ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୦ ହଜାର ୪୪୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୧ ଲକ୍ଷ ୮୭ ହଜାର ୮୨୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।