Odisha Link
Bridging the Missing Links in Odisha

ଦେଶରେ କରୋନା: ୨୪ ଘଣ୍ଟାରେ ୮୬,୮୨୧ ଆକ୍ରାନ୍ତ, ୧୧୮୧ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ପାର୍ କରିଛି। ଗତ ୨୪ ଘଣ୍ଟାରେ ୮୬ହଜାର ୮୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୩ ଲକ୍ଷ ୧୨ହଜାର ୫୮୫ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିସହ ଗତ ୨୪ ଘଣ୍ଟାରେ ୧୧୮୧ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୮ ହଜାର ୬୭୮ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୦ ହଜାର ୭୦୫ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୨ଲକ୍ଷ ୭୩ ହଜାର ୨୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.