Odisha Link
Bridging the Missing Links in Odisha

୪ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓଡ଼ିଶା ଉପକୂଳରେ ଳଘୁଚାପ ପ୍ରଭାବରେ ଗତକାଲି ଠାରୁ ରାଜ୍ୟ ସାର ବର୍ଷା ଲାଗିରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୂଚନା ଅନୁଯାୟୀ ୪ ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ଓ ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଏବଂ ଅନୁଗୁଳ।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ହେଉଛି ଖୋର୍ଦ୍ଧା, କଟକ, ଗଜପତି, ରାୟଗଡା, ନୟାଗଡ଼, ବୌଦ୍ଧ, ପୁରୀ, ବଲାଙ୍ଗୀର, ଜଗତସିଂପୁର, କେନ୍ଦ୍ରାପଡା, ଢେଙ୍କାନାଳ ଏବଂ ସୋନପୁର ଆଦି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି।

ବର୍ଷାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଉ ୪ ଦିନ ଯାଏଁ ବର୍ଷା ଲାଗି ରହିବ। ଶନିବାରଠାରୁ ବର୍ଷାର ପରିମାଣ ବଢ଼ିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା କାରଣରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

Comments are closed.