Odisha Link
Bridging the Missing Links in Odisha

ଭାରସାମ୍ୟ ହରାଇ ଓଲଟିଲା ବସ୍‌, ୭ ଗୁରୁତର

ମାଲକାନଗିରି: ଆଜି ସକାଳେ ଏନଏଚ୍- ୩୨୬ ଚମ୍ପାଖାରି ନିକଟରେ ବସ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିବା ଫଳରେ ୭ ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଗୁରୁତରଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ପ୍ରକାଶ ଯେ, ବସ୍‌ଟି ୨୭ ଜଣ ଶ୍ରମିକଙ୍କୁ ନେଇ ସୋନପୁରରୁ ତାମିଲନାଡୁ ତ୍ରିଚୁର ଜିଲ୍ଲାକୁ ଅଭିମୁଖେ ଯାତ୍ରା କରୁଥିଲା। ଏହି ସମୟରେ ବସ୍‌ଟି ଏନଏଚ୍- ୩୨୬ ଚମ୍ପାଖାରି ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା। ଫଳରେ ୭ଜଣ ଶ୍ରମିକ ଗୁରୁତର ଭାବେ ଆହତ ହୋଇଥିବା ବେଳେ ବାକି ଶ୍ରମିକମାନେ ସୁରକ୍ଷିତ ଅଛନନ୍ତି। ବସ୍‌ରେ ୨ଜଣ ଡ୍ରାଇଭର ମଧ୍ୟ ଥିଲା। ଶ୍ରମିକମାନେ ତାମିଲନାଡୁରେ ଏକ ସୂତା କଳରେ କାମ କରିବାକୁ ଯାଉଥିଲେ ବୋଲି ଜଣାପଡ଼ିଛି।

Comments are closed.