Odisha Link
Bridging the Missing Links in Odisha

୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: ୯ ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର ଆଣ୍ଡାମାନ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨/୩ ଦିନରେ ଏହା ଡିପ୍ରେସନରେ ପରିଣତ ହେବ। ଏହାର ପ୍ରଭାବରେ ଓଡ଼ିଶା ଉପକୂଳରେ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏଥିସହ ୭ ତାରିଖ ପୂର୍ବାହ୍ନ ପର୍ୟ୍ୟନ୍ତ ଏମିତି ବର୍ଷା ଲାଗି ରହିବ ଓ ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହେବ। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୩ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.