ଦେଶରେ କରୋନା: ୨୪ ଘଣ୍ଟାରେ ୭୪,୪୪୨ ଆକ୍ରାନ୍ତ, ୯୦୩ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪ ହଜାର ୪୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬ ଲକ୍ଷ ୨୩ ହଜାର ୮୧୬ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥିସହ ଗତ ୨୪ ଘଣ୍ଟାରେ ୯୦୩ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨ ହଜାର ୬୮୫କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୩୪ ହଜାର ୪୨୭ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୫ ଲକ୍ଷ ୮୬ ହଜାର ୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।