Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୩୬୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରୁ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ରାଜଧାନୀରୁ ଆଉ ୩୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୬ ଓ ସ୍ଥାନୀୟ ଅଞ୍ଚଳରୁ ୨୪୯ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ ଗତ ୨୪ ଘଣ୍ଟାରେ ୩୨୯ ଜଣ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୩ ହଜାର ୯୧୪କୁ ବୃଦ୍ଧି ପାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩ ହଜାର ୯୧୪ ପଜିଟିଭ ମଧ୍ୟରୁ ୧୦୫ ଜଣଙ୍କର ମୃତ୍ୟୁ ଘଟିଛି। ଏଥିମଧ୍ୟରୁ ୩,୫୭୧ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦ ହଜାର ୨୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.