Odisha Link
Bridging the Missing Links in Odisha

ବର୍ଷା: ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ବର୍ଷା ହେବ। ୭ ତାରିଖ ବେଳକୁ ବର୍ଷାର ପରିମାଣ କମିବା ଆରମ୍ଭ ହେବ। ୯ ତାରଖରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଉତ୍ତର- ପଶ୍ଚିମ ଦିଗକୁ ଗତିକରି ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ମଧ୍ୟଭାଗରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ଅଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.