Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୩୪୫୫ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆଜି ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୧୩,୬୧୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି କଟକ ଜିଲ୍ଲାରୁ ୨୯୨, ପୁରୀରୁ ୨୫୪, ଅନୁଗୁଳରୁ ୧୭୫, ଯାଜପୁରରୁ ୧୬୬, ବରଗଡରୁ ୧୩୩, ମୟୂରଭଞ୍ଜ ଜିଲ୍ଲାରୁ ୧୨୬, ବାଲେଶ୍ଵରରୁ ୧୨୦, ସମ୍ବଲପୁରରୁ ୧୧୨, ବଲାଙ୍ଗିରରୁ ୧୦୪, କେନ୍ଦୁଝରରୁ ୧୦୧, କେନ୍ଦ୍ରାପଡାରୁ ୯୯, ଜଗତସିଂହପୁରରୁ ୮୪, ଝାରସୁଗୁଡାରୁ ୮୪, ନୂଆପଡାରୁ ୭୨, ନବରଙ୍ଗପୁରରୁ ୭୧, ନୟାଗଡରୁ ୭୦, ଢେଙ୍କାନାଳରୁ ୬୧, କନ୍ଧମାଳରୁ ୬୧, ମାଲକାନଗିରିରୁ ୫୮, ଭଦ୍ରକରୁ ୫୬, ସୋନପୁରରୁ ୫୬, ସୁନ୍ଦରଗଡରୁ ୫୪, କଳାହାଣ୍ଡିରୁ ୪୧, ରାୟଗଡାରୁ ୪୧, କୋରାପୁଟରୁ ୩୫, ଗଞ୍ଜାମରୁ ୩୪, ଗଜପତିରୁ ୩୩, ବୌଦ୍ଧରୁ ୩୧ ଓ ଦେବଗଡ ଜିଲ୍ଲାରୁ ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୯୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୪୦ ହଜାର ୯୯୮କୁ ବୃଦ୍ଧି ଘଟିଛି। ସେଥିରୁ ୨ ଲକ୍ଷ ୧୩ ହଜାର ୬୭୨ ଆରୋଗ୍ୟଲାଭ କରିଛନ୍ତି। ଏହି ସମୟରେ ସର୍ବାଧିକ ୧୮ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୫୮ରେ ପହଞ୍ଚିଛି।

Comments are closed.