ରାଜଧାନୀରୁ ଆଉ ୩୦୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରୁ ଆଉ ୩୦୯ କରୋନା ପଜିଟିଭ୍ ଚିହ୍ନଟ। ଏଥିସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫୩୭ରେ ପହଞ୍ଚିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୮୩ ଜଣ ରହିଥିବା ବେଳେ ୨୨୬ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୩୧୭ ଜଣ ଆରୋଗ୍ୟ ଲାଭ କରିଛନ୍ତି।
Update on newly detected #COVID19 cases in the last
24 hrs under the BMC area on 8th Oct 2020(till 9am). pic.twitter.com/Q7uxYMCSbm— BMC (@bmcbbsr) October 8, 2020
ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୫୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୫୧୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୦୮୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦୯ ଜଣଙ୍କର ମୃତ୍ୟୁ ହୋଇଛି।