କରୋନା : ଦେଶରେ ୭୦୪୯୬ ନୂଆ ଆକ୍ରାନ୍ତ ଚିହ୍ନଟ; ୯୬୪ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ। ଆଜି ୨୪ ଘଣ୍ଟାରେ ୭୦ ହଜାର ୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ଓ ୯୬୪ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ ମୃତକଙ୍କ ସଂଖ୍ୟା ୧,୦୬,୪୯୦କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯,୦୬,୧୫୨ରେ ପହଞ୍ଚିଛି।
ସଂକ୍ରମଣରୁ ୫୯,୦୬,୦୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି। ୮,୯୩,୫୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।
Comments are closed.