Odisha Link
Bridging the Missing Links in Odisha

କୁଲଗାମରେ ଏନକାଉଣ୍ଟର: ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁଲଗାମ ଚିଙ୍ଗାମ ସେକ୍ଟରରେ ମାଓବାଦୀଙ୍କ ସହ ସୁରକ୍ଷା ବାହିନୀ ମୁହାଁମୁହିଁ ହୋଇଥିଲେ। ଆଜି ସକାଳେ ସୁରକ୍ଷା ବାହିନୀ ଦୁଇ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି। ଏଥିସହ ଘଟଣାସ୍ଥଳରୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଏନକାଉଣ୍ଟରରେ ଦୁଇ ଜଣ ଅଜ୍ଞାତ ଆତଙ୍କବାଦୀଙ୍କର ମୃତ୍ୟୁ ହୋଇଥିବା ପୁଲିସ କହିଛି। ଦୁଇ ଆତଙ୍କବାଦୀଙ୍କ ମୃତ୍ୟୁ ପରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି।

Comments are closed.