Odisha Link
Bridging the Missing Links in Odisha

ବଡ ଖବର: ରାଜ୍ୟରେ ହଜାରେ ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଏବଂ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୯୬୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୮୨୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୦୩୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୦୦୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Comments are closed.