Odisha Link
Bridging the Missing Links in Odisha

୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲମାର୍କରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଅବପାତରେ ପରିଣତ ହେବା ନେଇ ସମ୍ଭାବନା ରହିଛି ।

ପରେ ପଶ୍ଚିମ -ଉତ୍ତର ପଶ୍ଚିମକୁ ଗତି କରି ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ । ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକାଲି ସକାଳ ୮.୩୦ ପର୍ଯ୍ୟନ୍ତ ଗଞ୍ଜାମ ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି । ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

 ମାଲକାନଗିରି, କନ୍ଧମାଳ,ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.