Odisha Link
Bridging the Missing Links in Odisha

ଦେଶରେ କରୋନା: ଦିନକରେ ୭୩୨୭୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦିନକୁ ଦିନ ହୁ ହୁ ବ‌ଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ବର୍ତ୍ତମାନ ସୁଦ୍ଧା ଦେଶରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭ ହଜାର ୪୧୬କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୩ ହଜାର ୨୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୨୬ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬୯ ଲକ୍ଷ ୭୯ ହଜାର ୪୨୪କୁ ବୃଦ୍ଧି ପାଇଛି। ଦେଶରେ ୮ ଲକ୍ଷ ୮୩ ହଜାର ୧୮୫ ଜଣ ଚିକିତ୍ସିତ ହେଉଥିବା ବେଳେ ୫୯ ଲକ୍ଷ ୮୮ ହଜାର ୮୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Comments are closed.