Odisha Link
Bridging the Missing Links in Odisha

ଆଜିଠୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆଜିଠୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଅକ୍ଟୋବର ୧୪ରେ ହୋଇପାରେ ଆଉ ଏକ ଲଘୁଚାପ। ଆସନ୍ତା ୧୨ ଏବଂ ୧୩ରେ ଦକ୍ଷିଣ ଉପକୂଳ, ଉତର ଉପକୂଳ ଓ ଉତର ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି। ଆସନ୍ତା ୧୩ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ।

Comments are closed.