Odisha Link
Bridging the Missing Links in Odisha

ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୧୮ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ମୟୁରଭଞ୍ଜ, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୪୬୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨୨୫୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୭୬୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୦୪୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Comments are closed.