Odisha Link
Bridging the Missing Links in Odisha

ରାଜଧାନୀରୁ ଆଉ ୨୭୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୭୧ ଜଣ କରୋନା ପଜିଟିଭ୍। ଏଥିସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୫୭୩୫ରେ ପହଞ୍ଚିଛି। ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୬୮ ଜଣ ରହିଥିବା ବେଳେ ୨୦୩ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏହାସହ ୩୧୩ ଜଣ ଆରୋଗ୍ୟ ଲାଭ କରିଛନ୍ତି।ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୨୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୧୯ ଜଣଙ୍କର ମୃତ୍ୟୁ ହୋଇଛି।

Comments are closed.