Odisha Link
Bridging the Missing Links in Odisha

ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ବର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ଲଘୁଚାପ ଅବପାତରେ ପରିଣତ ହୋଇସାରିଛି। ଆଜି ସକାଳ ୫ଟା ୩୦ରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ସମ୍ଭାବନା ରହିଛି। ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପାଟଣାରୁ ୪୦୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଓଡ଼ିଶାର ୧୩ ଜିଲ୍ଲା ପାଇଁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ସେହି ୧୩ ଜିଲ୍ଲା ଯଥା – ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମ, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ମନା କରାଯାଇଛି। ଯେଉଁସବୁ ଜିଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ନିଂ ଜାରି କରାଯାଇଛି ସେଠାରେ ଜିଲା ପ୍ରଶାସନକୁ ସମ୍ପୂର୍ଣ୍ଣ ସଜାଗ ରଖିବା ନିମନ୍ତେ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ସବୁ ଜିଲାପାଳଙ୍କୁ ନିର୍ଦେଶ ଦେଇଛନ୍ତି।

Comments are closed.